ପ୍ରଭୋ ବସିଛି ହେ ପଦ ତଳେ,
ତୁମ୍ଭ ବାଣୀ ମୁଁ ନ ଶୁଣି ଯିବି ନାହିଁ କାହିଁ ଭଲେ । ଘୋଷା ।
ନିଜ ଚିନ୍ତା ପଥେ ଯାଇ ପଥେ ଦିଶାହରା ହୋଇ,
ବସିଛି ସବୁ ହରାଇ ଜଞ୍ଜାଳର କୋଳାହଳେ । ୧ ।
ତବ ପୁଣ୍ୟ ଇଚ୍ଛା-ପଥ ଦେଖାଅ କରି ଇଙ୍ଗିତ,
ଚଳାଅ ଧରି ମୋ ହାତ, ନ ଟଳିବି ଯେହ୍ନେ ଚୁଳେ । ୨ ।
ନାହିଁ ମୋର ଭକ୍ତି ଲୟ, ହୃଦୟ ସଦା ଅଥୟ,
ବାନ୍ଧି ରଖ ଏ ହୃଦୟ ଚିର ପ୍ରେମ-ବାହୁବଳେ । ୩ ।
ସୁନ୍ଦର ମୁଖ ତୁମ୍ଭର ନିରେଖିବି ନିରନ୍ତର,
ଏ ଇଚ୍ଛା ସତତ ମୋର ନ ଛାଡ଼ିବି କାଳେ କାଳେ । ୪ ।
No comments:
Post a Comment